ଆଜି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର : ୨୪ ଘଣ୍ଟାରେ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପ୍ରଭାବରେ ୨୮ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ ।  ଭିଏତନାମରେ ହିଟ କରିଥିବା ବାତ୍ୟା ୱିଫାର ଅଂଶବିଶେଷ ପ୍ରଥମେ ଘୂର୍ଣ୍ଣିବଳୟ କ୍ଷେତ୍ର ଓ ପରେ ଏହାର ପ୍ରଭାବରେ ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

ଆଜିଠୁ ବର୍ଷା ଆରମ୍ଭ ହୋଇଯିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ ।  ଆସନ୍ତାକାଲି ମୟୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। କାଲିଠୁ ବଢିବ ବର୍ଷାର ବିସ୍ତୃତି ଓ ପରିମାଣ ।  ସେହିପରି ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି ।

Spread the love