ଓଡ଼ିଶାକୁ ନାହିଁ ବାତ୍ୟା ଭୟ, ଆକଳନ କରିନି ଭାରତୀୟ ପାଣିପାଗ ବିଭାଗ
ଭୁବନେଶ୍ୱର : No Cyclone Threat ଓଡ଼ିଶାକୁ ନାହିଁ ବାତ୍ୟା ଭୟ । କୌଣସି ବାତ୍ୟା ନେଇ ଆକଳନ କରିନି ଭାରତୀୟ ପାଣିପାଗ ବିଭାଗ । ଲୋକେ ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ l ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଆଇଏମଡି ଡିଜି କହିଛନ୍ତି l ଉତ୍ତର ଥାଇଲାଣ୍ଡ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ।
ଆସନ୍ତା ୧୯ରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ସମ୍ଭାବନା ରହିଛି । ଉତ୍ତର ଥାଇଲ୍ୟାଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରଵର୍ତ୍ତୀ ସମୟରେ ଏହା କ୍ରମଶଃ ଘନୀଭୂତ ହେବା ସହ, ପରବର୍ତ୍ତୀ ୩-୪ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି l ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୨୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି l
