କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଭରି ପିଛା ୨୨ କ୍ୟାରେଟ୍ ସୁନା ଦର
ଆଜି କମିଲା ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୦୦, ୭୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୨ ହଜାର ୩୪୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୦, ୭୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୨ ହଜାର ୩୪୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୦୦, ୭୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୨ ହଜାର ୩୪୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧, ୦୦,୮୯୦ ଟଙ୍କା ଓ ୨୨ କ୍ୟାରେଟ୍ ୯୨,୪୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୦, ୭୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୨ ହଜାର ୩୪୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୦, ୭୪୦ ଓ ୯୨, ୩୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୨୦ , ୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
