ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ଜଣେ ଅଟକ, ଆତ୍ମାହୁତି ଉଦ୍ୟମର କାରଣ ଜଣାପଡିନାହିଁ
ରାଉରକେଲା : ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ଜଣେ ଅଟକ । ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇଦେଲେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଛାତ୍ରୀ । ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଥାନା ଲାଞ୍ଜିବର୍ନା ଅଞ୍ଚଳରେ ଘଟଣା ଘଟିଛି । ଛାତ୍ରୀଙ୍କ ଶରୀରର ୯୦ ପ୍ରତିଶତ ପୋଡିଯାଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ଆଇଜିଏଚରେ ଭତ୍ତିର୍ କରାଯାଇନ୍ତି । ଆତ୍ମାହୁତି ଉଦ୍ୟମର କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ପହଂଚିଛନ୍ତି ସୁନ୍ଦରଗଡ଼ ଏସପି ।
ଗତ ଜୁଲାଇ ମାସରେ ରାଜ୍ୟରେ ଦୁଇଜଣ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ବାଲେଶ୍ବର ଫକୀର ମୋହନ କଲେଜରେ ଜଣେ ଛାତ୍ରୀ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣି ଆତ୍ମହତ୍ୟା କରିଥିଲେ । ସେହିପରି ପୁରୀ ଜିଲ୍ଲା ବଳଙ୍ଗାରେ ନାବାଳିକା ପୋଡି ହୋଇ ମୃତ୍ୟୁ ହୋଇଥିଲା ।
