ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଅଶାନ୍ତ ଉତ୍କଳ ବିଶ୍ୱବିଦ୍ୟାଳୟ, ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ମାରପିଟ୍
ଭୁବନେଶ୍ୱର : ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଅଶାନ୍ତ ଉତ୍କଳ ବିଶ୍ୱବିଦ୍ୟାଳୟ । ପୋଲିସ ଉପସ୍ଥିତିରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ମାରପିଟ୍ । ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା ପ୍ରକାଶ ପାଇଛି । ଆଜି ସନ୍ଧ୍ୟାରେ ୬ ଓ ୭ ନଂ ଲେଡିଜ ହଷ୍ଟେଲ ଆଗରେ ମୁହାଁମୁହିଁ ହୋଇଛନ୍ତି ଦୁଇ ଛାତ୍ର ଗୋଷ୍ଠୀ । ଖବର ପାଇ ସହିଦ ନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରୁଛି ।
