ପୁରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଦଳାଚକଟା ଘଟଣା, ୭ ପୋଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ୍

ପୁରୀ : ପୁରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ୍ । ୭ ପୋଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ୍ କରାଯାଇଛି। ଏନେଇ ଡିଜି ଓ ଆଇଜିଙ୍କୁ ଚିଠି ଲେଖିଛନ୍ତି ଗୃହ ବିଭାଗର ଅତିରିକ୍ତ ସଚିବ। ଉନ୍ନୟନ କମିଶନରଙ୍କ ତଦନ୍ତ ରିପୋର୍ଟ ଅନୁସାରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ୍ କରାଯାଇଛି ।

ତୃତୀୟ ବାଟାଲିୟନ କମାଣ୍ଡାଣ୍ଟ ଅଜୟ କୁମାର ପାଢୀ, ଡିସିପି ବିଷ୍ଣୁପ୍ରସାଦ ପତି, କମାଣ୍ଡାଣ୍ଟ ତାପସ ରଞ୍ଜନ ଦାସ, ସିଟି ଡିଏସପି ପ୍ରଶାନ୍ତ କୁମାର ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ୍ ହୋଇଛି। ସେହିପରି କୁମ୍ଭାରପଡ଼ା ଥାନା ଆଇଆଇସି ସୁଶାନ୍ତ କୁମାର ସାହୁ ,କମାଣ୍ଡାଟ୍ ଶାରଦା ପ୍ରସାଦ ଦାସ ଓ ଡେପୁଟି କମାଣ୍ଡାଣ୍ଟ କେ.କେ.ନାୟକଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ୍ ହୋଇଛି ।

୭ ପୋଲିସ ଅଧିକାରୀ କାର୍ଯ୍ୟରେ ଅବହେଳା କରିଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି। ଗତ ଜୁନ୍ ୨୯ ତାରିଖ ଦିନ ଭୋର ୪ଟା ବେଳେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟା ହୋଇଥିଲା । ଯେଉଁଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିଲେ। ଘଟଣା ତଦନ୍ତ ଦାୟିତ୍ବ ଉନ୍ନୟନ କମିଶନର ଅନୁ ଗର୍ଗଙ୍କୁ ଦାୟିତ୍ବ ଦିଆଯାଇଥିଲା ।

Spread the love