ଅକଭାନ୍ ପ୍ରଭାବରେ ବର୍ଷାର ବିତ୍ପାତ, ୬ ଜିଲ୍ଲାକୁ ରେଡ୍ ଆଲର୍ଟ
ଭୁବନେଶ୍ୱର: ବାତ୍ୟା ‘ଅକଭାନ୍’ ପ୍ରଭାବରେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା । ଦକ୍ଷିଣ ଓ ଉପକୂଳ ଓଡ଼ିଶା ପାଇଁ ବଢିଲା ଟେନସନ । ବୁଡ଼ାଇବ ପ୍ରବଳ ବର୍ଷା । ଭୀଷଣ ବର୍ଷା ନେଇ ଚେତାବନୀ ଜାରି କଲା ପାଣିପାଗ ବିଭାଗ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲା ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏ ଦୁଇଟି ସ୍ଥାନରେ ଅତି ଭୀଷଣ ବର୍ଷାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ପାଇଁ ମଧ୍ୟ ୬ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୧ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୦ରେ କମିପାରେ ସାମାନ୍ୟ ବର୍ଷା । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଦୁଇ ଜିଲ୍ଲା ବାଲେଶ୍ବର ଓ ମୟୂରଭଞ୍ଜକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଫଳରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି, ଅଚାନକ ବନ୍ୟା ଓ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ବଢ଼ିପାରେ ।
