ଆଜି ଠାରୁ ମେ ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା
ଭୁବନେଶ୍ୱର : ୫ ଦିନ କାଳବୈଶାଖୀ ବର୍ଷା । ରାଜ୍ୟର ପ୍ରାୟ ସବୁ ଜିଲ୍ଲାକୁ ଆଲର୍ଟ । ଆଜି ଠାରୁ ମେ ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା। ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୫ଜିଲ୍ଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ ଓ ଝାରସୁଗୁଡା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।
ସେହିଭଳି ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଏସବୁ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ ଜାରି କରାଯାଇଛି । ସେହିଭଳି ଆସନ୍ତାକାଲି ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି।
ଆସନ୍ତାକାଲି ପାଇଁ କେନ୍ଦ୍ରାପଡା, ଜଗତସିଂପୁର, କଟକ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଏସବୁ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। …. ୩୦ ତାରିଖ ଦିନ ୨୦ରୁ ଅଧିକ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମେ ୧ ତାରିଖରେ ୭ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ବେଳେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। …୨ ତାରିଖରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ୬ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି।