ଆନନ୍ଦ, ଆଲୋକ, ଉତ୍ସାହ, ସୁଖ, ସମୃଦ୍ଧିକୁ ନେଇ ଆସିଛି ଦୀପାବଳି

ଆଜି ଆଲୋକର ପର୍ବ ଦୀପାବଳି । ଗାଁଠୁ ସହର ସବୁ ଉତ୍ସବମୁଖର । ଚାରିଆଡ଼େ ଖୁସିର ମାହୋଲ । ରଙ୍ଗୀନ ଆଲୋକମାଳାରେ ଘର ସଜେଇ ରଖିଛନ୍ତି ଲୋକେ । ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ । ସନ୍ଧ୍ୟା ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ବାଣ ଫୁଟାଇବା ପାଇଁ ଅନୁମତି ମିଳିଛି । ଆନନ୍ଦ, ଆଲୋକ, ଉତ୍ସାହ, ସୁଖ, ସମୃଦ୍ଧିକୁ ନେଇ ଆସିଛି ଦୀପାବଳି । ଅନ୍ୟାୟ ଉପରେ ନ୍ୟାୟର, ଅଧର୍ମ ଉପରେ ଧର୍ମର, ଅସତ୍ୟ ଉପରେ ସତ୍ୟର ଓ ଅନ୍ଧକାର ଉପରେ ଆଲୋକର ପର୍ବ ହେଉଛି ପବିତ୍ର ଦୀପାବଳି ।

ଚାରିଆଡେ ଖୁସିରେ ଲୋକମାନେ ପାଳୁଛନ୍ତି ଶୁଭ ଦୀପାବଳି । ହିନ୍ଦୁ ପରମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା। ତେଣୁ ଘରକୁ ଆଲୋକମାଳାରେ ସଜାଇ ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଲୋକେ ଏହି ପର୍ବ ପାଳନ କରନ୍ତି। ଦୀପାବଳି ସାଙ୍ଗକୁ ସାରା ଦେଶରେ ଆରମ୍ଭ ହୋଇଛି ମା କାଳୀଙ୍କ ପୂଜା। ବିଭିନ୍ନ ସ୍ଥାନରେ ମା କାଳୀଙ୍କ ପୂଜା ପାଇଁ ଉତ୍ସବ ମୁଖର ହୋଇଉଠିଛି। ରଙ୍ଗୀନ ଆଲୋକ ମାଳା ସଦୃଶ ତୋରଣ ପୂଜା ମଣ୍ଡପକୁ ବେଶ ଆକର୍ଷିତ କରୁଛି। ଆମ ଓଡ଼ିଆ ପରମ୍ପରାରେ ଏହି ଦିନ ବଡ଼ବଡୁଆ ଉଦ୍ଦେଶ୍ୟରେ ପିଣ୍ଡ ଦେଇସାରି କାଉଁରିଆ କାଠି ଜାଳନ୍ତି । ପିତୃ ପୁରୁଷଙ୍କୁ ଆଲୋକ ଦେଖାଇ ସ୍ୱର୍ଗ ଲୋକକୁ ଫେରିଯିବା ପାଇଁ ପ୍ରାର୍ଥନା କରନ୍ତି । ଅସଂଖ୍ୟ ଭକ୍ତ ସେଦିନ ବାଇଶି ପାହାଚରେ ପିଣ୍ଡଦାନ କରି କାଉଁରିଆ କାଠି ବି ଜାଳନ୍ତି । ପିତୃଗଣଙ୍କ ଆଶୀର୍ବାଦ କାମନା କରନ୍ତି ।

Spread the love