ଆସୁଛି ପୁଣି ଏକ ଲଘୁଚାପ, ଓଡ଼ିଶା ଉପରେ ପଡ଼ିନପାରେ ବିଶେଷ ପ୍ରଭାବ !

ଭୁବନେଶ୍ୱର : ପୁଣି ଆସୁଛି ଲଘୁଚାପ ।  ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ।  ନଭେମ୍ବର ୧୩ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲୋ ପ୍ରେସର କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି।  ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ୧୪ ବେଳକୁ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।

ତେବେ ଏହାର ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡ଼ିବ ନାହିଁ। ଉପକୂଳ ଅଞ୍ଚଳରେ ଆକାଶ ମେଘୁଆ ରହିପାରେ, କିନ୍ତୁ ବର୍ଷାର ସମ୍ଭାବନା ନାହିଁ। ଆଗାମୀ ୭ ଦିନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଏପଟେ ଧୀରେ ଧୀରେ ଆସୁଛି ଶୀତ ।

ଆଗାମୀ ୨ରୁ ୩ ଦିନ ମଧ୍ୟରେ ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ନୟାଗଡ଼ ଓ କଟକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି ।  ତାପମାତ୍ରାରେ ମଧ୍ୟ ବଡ଼ ପରିବର୍ତ୍ତନର ସମ୍ଭାବନା ନାହିଁ।

କିଛି ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ କମ୍ ତାପମାତ୍ରା ରେକର୍ଡ ହୋଇଥିବା ବେଳେ କୋରାପୁଟରେ ସ୍ୱାଭାବିକଠାରୁ ୫.୨ ଡିଗ୍ରୀ ଅଧିକ ରହିଛି। ନଭେମ୍ବର ମାସର ପୂର୍ବାନୁମାନ ଅନୁସାରେ, ଅଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା ସ୍ୱାଭାବିକ କିମ୍ବା ସ୍ୱାଭାବିକଠାରୁ କମ୍ ରହିପାରେ। ଅନ୍ୟପଟେ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ୱାଭାବିକ କିମ୍ବା ସାମାନ୍ୟ ଅଧିକ ରହିବାର ସମ୍ଭାବନା ରହିଛି।

Spread the love

Leave a Reply

Your email address will not be published. Required fields are marked *