ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ
କଟକ: ରାଜ୍ୟର ସାଢ଼େ ୩ କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ । ୭୦ ବର୍ଷରୁ ଅଧିକ ବୟୋଜ୍ୟେଷ୍ଠ ବ୍ୟକ୍ତି ବୟୋ ବନ୍ଦନା ଯୋଜନାରେ ଏଥିରେ ସାମିଲ ହେବେ । ଦେଶର ବିଭିନ୍ନ ସ୍ଥାନରେ ୨୯ ହଜାର ସରକାରୀ ଓ ବେସରକାରୀ ଡାକ୍ତରଖାନାରେ ଏହି ସୁବିଧା ମିଳିବ । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ । ରାଜ୍ୟର ସାଢ଼େ ୩ କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ । ୭୦ ବର୍ଷରୁ ଅଧିକ ବୟୋଜ୍ୟେଷ୍ଠ ବ୍ୟକ୍ତି ବୟୋ ବନ୍ଦନା ଯୋଜନାରେ ଏଥିରେ ସାମିଲ ହେବେ । ଦେଶର ବିଭିନ୍ନ ସ୍ଥାନରେ ୯ ହଜାର ସରକାରୀ ଓ ବେସରକାରୀ ଡାକ୍ତରଖାନାରେ ଏହି ସୁବିଧା ମିଳିବ । ହସ୍ପିଟାଲରେ ଭର୍ତ୍ତି ହେବାର ୩ ଦିନ ପୂର୍ବରୁ ଓ ଡିସଚାର୍ଜର ୧୫ ଦିନ ପର୍ଯ୍ୟନ୍ତ ଔଷଧ ଯୋଗାଇ ଦିଆଯିବା ପାଇଁ ଏହି ଯୋଜନାରେ ବ୍ୟବସ୍ଥା ରହିଛି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଜେ.ପି ନଡ୍ଡା କହିଛନ୍ତି, ଏହା ହେଉଛି ବିଶ୍ବର ସବୁଠୁ ବଡ଼ ସ୍ବାସ୍ଥ୍ୟ ଯୋଜନା । ଦେଶର ୬୧ କୋଟି ଲୋକ ଏହାଦ୍ବାରା ଉପକୃତ ହୋଇଛନ୍ତି । ଏହା ଇନ୍ସୁରାନ୍ସ ନୁହେଁ, ଆସ୍ୟୁରାନ୍ସ ଯୋଜନା ବୋଲି ସେ କହିଛନ୍ତି ।