କ୍ୟାବିନେଟ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

 

ଆଜି କ୍ୟାବିନେଟ୍ ବୈଠକରେ ମୁଖ୍ୟାଂଶ –

• ବିଜୁ ପକ୍‌କା ଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କା ଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର ମରାମତି ପାଇଁ ୩୦୦୦ ଟଙ୍କା ସହାୟତା।

.ସେହିପରି କେନ୍ଦ୍ର ଯୋଜନାରେ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରକୁ ଘର ମରାମତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦୦୦ ଟଙ୍କା ଲେଖାଏ ସହାୟତା।

• ଏହି ଉଭୟ ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ। ୩୦ ଲକ୍ଷ ପରିବାର ଉପକାର ପାଇବେ।

• ଏଥିପାଇଁ ୧୪୪୪ କୋଟି ଟଙ୍କା ଖର୍ଚ୍ଚ ହେବ । ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର ଯୋଜନାରୁ ଏ ଖର୍ଚ୍ଚ ବହନ କରାଯିବ।

• କେନ୍ଦ୍ର ଯୋଜନାରୁ ଘର ଆଣିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି ରହିବ। ଯଦି କେନ୍ଦ୍ର ସରକାର ରାଜ୍ୟବାସୀଙ୍କ ନ୍ୟାୟପୂର୍ଣ୍ଣ ଦାବୀକୁ ଗ୍ରହଣ ନ କରନ୍ତି, ତେବେ କେନ୍ଦ୍ର ଯୋଜନା ରୁ ବଞ୍ଚିତ ଲୋକଙ୍କୁ ରାଜ୍ୟ ସରକାର ଘର ଦେବାପାଇଁ ପଦକ୍ଷେପ ନେବେ।

• ୨୦୧୪ରୁ ରାଜ୍ୟରେ ଗ୍ରାମାଞ୍ଚଳ ଗୃହ ନିର୍ମାଣ କାର୍ଯ୍ୟକ୍ରମରେ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ ବାଇଶ ହଜାର କୋଟି ରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି।

Spread the love