ଘଷିପୁରାର ପୂର୍ବତନ ବିଧାୟକ ପ୍ରାର୍ଥୀ ରାମଚନ୍ଦ୍ର ବେହେରାଙ୍କୁ ହତ୍ୟା

ନିର୍ବାଚନ ପୂର୍ବରୁ କେନ୍ଦୁଝର ଜିଲ୍ଲା ଘଷିପୁରା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ଘରୁ ଡାକି ନେଇ ନେତାଙ୍କ ଦୁଇ ହାତ କାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତକ ହେଲେ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ସ୍ୱାଧୀନ ପ୍ରାର୍ଥୀ ତଥା ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ରାମଚନ୍ଦ୍ର ବେହେରା।ତାଙ୍କୁ ରାଜନୈତିକ ଆକ୍ରୋଶରୁ ନୃଶଂସ ଭାବେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୋମବାର ରାତିରେ କିଛି ଦୁର୍ବୃତ୍ତ ରାମଚନ୍ଦ୍ରଙ୍କୁ ନିଜ ଧକୋଠା ସ୍ଥିତ ବାସଭବନରୁ ଡାକି ନେଇଥିଲେ। ଏହାପରେ ସଂଘବନ୍ଧ ଭାବେ ଖଣ୍ଡା ଭୁଜାଲିରେ ତାଙ୍କୁ ଆକ୍ରମଣ କରିଥିଲେ। ସେମାନେ ତାଙ୍କ ଦୁଇଟି ଯାକ ହାତ ଓ ଗୋଡ଼କୁ କାଟି ଦେଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଛି।ପୁଲିସ୍ ଘଟଣାର ତଦନ୍ତ କରୁଛି।

Spread the love