ଚତୁର୍ଥ ଥର ହେଲା ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ

ଗୋପ : ଚତୁର୍ଥ ଥର ହେଲା ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ  । ଦିଲ୍ଲୀ ଏମସରେ ସଫଦରଜଙ୍ଗ ଅଦାଲତଙ୍କ ନିର୍ଦ୍ଦେଶରେ ଜଣେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସମ୍ପୂର୍ଣ୍ଣ ଭିଡ଼ିଓଗ୍ରାଫି ସହ ପାଡ଼ିତାଙ୍କ ବୟାନ ରେକର୍ଡ ହୋଇଛି । ଦନ୍ତକାରୀ ଅଧିକାରୀ ଡିଏସପି କଳ୍ପନା କାହଁରୀଙ୍କୁ ପୀଡ଼ିତା ଦେଇଥିବା ବୟାନରେ ସମ୍ପୂର୍ଣ୍ଣ ତଥ୍ୟା ଜଣାପଡ଼ିଥିବା ସୂଚନା ।

ତେଣୁ ପୁଲିସକୁ ଗୁରୁତ୍ବପୂର୍ଣ ପ୍ରମାଣ ହସ୍ତଗତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ଚଳିତ ସପ୍ତାହରେ ପୁଲିସ ରହସ୍ୟର ଉନ୍ମୋଚନ କରିବ।  ପ୍ରତ୍ୟକ୍ଷଦର୍ଶୀ ଦୁଃଖୀଶ୍ୟାମଙ୍କ ବୟାନକୁ ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଛି। ପୀଡ଼ିତାଙ୍କୁ ୩ ଜଣ ଉଠାଇ ନେଇଥିବା କଥା ପ୍ରତ୍ୟକ୍ଷଦର୍ଶୀ ଦୁଃଖୀଶ୍ୟାମଙ୍କୁ ସ କହିନଥିବା ପୁଲିସ ଆଗରେ ବୟାନ ଦେଇଛନ୍ତି ଛାତ୍ରୀ I

ଫଳରେ ଦୁଃଖୀଶ୍ୟାମଙ୍କ ବୟାନକୁ ନେଇ ବି ପ୍ରଶ୍ନ ଉଠିବା ଚର୍ଚ୍ଚା ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ଘଟଣାର ତଦନ୍ତ ଜାରି ରହିଛି । ତଦନ୍ତକାରୀ ଅଧିକାରୀ ତଥା ଡିଏସ୍ ପି କଳ୍ପନାଙ୍କ ସହ ବଳଙ୍ଗା ଥାନା ଅଧିକାରୀ ଦିଲ୍ଲୀ ଗସ୍ତରେ ଯାଇ ଅନ୍ୟ ପ୍ରମାଣ ସଂଗ୍ରହ ଲାଗି ପଚରାଉଚରା କରାଯାଇଛି । ଏବେ ସ୍ଥାନୀୟ ଲୋକ, ସମ୍ପର୍କୀୟ ଓ ଅନ୍ୟ ଲୋକଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି ।

Spread the love