ଜୁଲାଇ ୧୫ ସୁଦ୍ଧା ସ୍କୁଲ ପିଲାଙ୍କୁ ମିଳିବ ପୋଷାକ
ଭୁବନେଶ୍ୱର : ଜୁଲାଇ ୧୫ ସୁଦ୍ଧା ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୋଷାକ । ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ୨ ହଳ ଲେଖାଏଁ ପୋଷାକ ମିଳିବ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପିଏମ ଶ୍ରୀ, ସମଗ୍ର ଶିକ୍ଷା, ଗଙ୍ଗାଧର ମେହେର ଶିକ୍ଷା ମାନଙ୍କ ବୃଦ୍ଧି ଯୋଜନାରେ ବଣ୍ଟନ କରାଯିବ ।ହେଲେ ଛାତ୍ରଛାତ୍ରୀଙ୍କ ସ୍କୁଲ ଡ୍ରେସର ରଙ୍ଗ ବଦଳିବନି। ପୂର୍ବରୁ ଯେଉଁ ଡ୍ରେସ ପିନ୍ଧୁଥିଲେ ସେହି ରଙ୍ଗର ଡ୍ରେସ ମିଳିବ। ଛାତ୍ରମାନଙ୍କୁ ନୀଳ ରଙ୍ଗର ପ୍ୟାଣ୍ଟ ଓ ଧଳା ସାର୍ଟ ମିଳିବ। ଏହାସହ ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଦୁଇ ହଳ ଫ୍ରକ୍ ଓ ଷଷ୍ଠରୁ ଅଷ୍ଟମ ଛାତ୍ରୀଙ୍କୁ ଦୁଇ ହଳ ସାଲୱାର କମିଜ ଓ ଓଢଣୀ ଦିଆଯିବ।
