ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫ କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ।  ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି  ।  ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ଆଜି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି । ପଣା ସଂକ୍ରାନ୍ତି ଅର୍ଥାତ ଆଜିର ଦିନ ହେଉଛି ଘଟଗାଁ ମା ତାରିଣୀଙ୍କ ପ୍ରସିଦ୍ଧ ଚଇତି ପର୍ବର ମୁଖ୍ୟ ଦିନ । କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ପାଳନ ହେଉଛି ୮୯ତମ ଚଇତି ପର୍ବ । ଆଜି ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ । ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ହୋଇଛି । ଲମ୍ବା ଲାଇନରେ ଆସି ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ ।

Spread the love