ଦେଶର ବିଭିନ୍ନ ସହରରେ ସାମାନ୍ୟ ବଢିଛି ସୁନା ଦର, ଜାଣନ୍ତୁ ଆଜିର ମୂଲ୍ୟ

ଆଜି ଦେଶର ବିଭିନ୍ନ ସହରରେ ସାମାନ୍ୟ ବଢିଛି ସୁନା ଦର । ଜାଣନ୍ତୁ କେଉଁ ସହରରେ କଣ ଅଛି ସୁନା ମୂଲ୍ୟ । ଉଭୟ ୨୨ ଓ ୨୪ କ୍ୟାରେଟ୍ ବିଶିଷ୍ଟ ସୁନା ଦର ବୃଦ୍ଧି ପାଇଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୧୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୯୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୧୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୯୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮, ୧୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯, ୯୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୧୦୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮, ୧୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯, ୯୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୧୩୦ ଓ ୮୯, ୯୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୦୧,୦୦,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ ।

Spread the love

Leave a Reply

Your email address will not be published. Required fields are marked *