ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର:ନଗୁରୁବାର ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିଛନ୍ତି। ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ଦଳର ଆଗାମୀ ରଣନୀତି ସମ୍ପର୍କରେ ସଭାପତିଙ୍କ ସହ ଆଲୋଚନା ହୋଇଛି । ଏହି ବୈଠକ ପରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁଙ୍କ ନିର୍ଦ୍ଦେଶରେ ଦଳ କାମ କରେ। କେବେ ବି ନବୀନ ବାବୁଙ୍କ ଛଡ଼ା ଦଳରେ ଆଉ କେହି ଲିଡ୍‌ କରିନାହାନ୍ତି। ଦଳରେ ନବୀନ ବାବୁ ସର୍ବୋଚ୍ଚ ନେତା ଥିଲେ, ସବୁ ବେଳେ ରହିବେ। ନବୀନଙ୍କୁ ଭେଟିବାକୁ ଯାଇଥିବା ବିଜେଡି ନେତାମାନଙ୍କ ମଧ୍ୟରେ ଥିଲେ ଜୟଶ୍ରୀ କହଁର, କୌଶଲ୍ୟା ପ୍ରଧାନ, ସୁଦାମ ମାରାଣ୍ଡି, ସୁବ୍ରତ ତରାଇ, ଲମ୍ବୋଦର ନିଆଲ, ଅବିନାଶ ସାମଲ, ରଞ୍ଜିତା ସାହୁ, ମନ୍ମଥ ରାଉତରାୟ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ରୋହିତ ପୂଜାରୀ, ପ୍ରୀତିରଞ୍ଜନ ଘଡାଇ, ପଦ୍ମନାଭ ବେହେର ଏବଂ ବିଷ୍ଣୁବ୍ରତ ରାଉତରାୟ ।

Spread the love