ପଶ୍ଚିମବଙ୍ଗ ଆଡ଼କୁ ଯିବ ଅବପାତ, ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆହୁରି ଘନୀଭୂତ ହୋଇ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୨ ତାରିଖ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରିପୋର୍ଟ ଅନୁସାରେ ପରବର୍ତ୍ତୀ ୩ ଦିନରେ ଏହା ଆହୁରି ଘନୀଭୂତ ହୋଇ ଏକ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ଓ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଭିମୁଖେ ଗତି କରିବ ।

ତେବେ ଏହି ଅବପାତ ବାତ୍ୟା ରୂପ ନେବ କି ନାହିଁ, ସେ ସଂପର୍କରେ ଆଇଏମଡି ପକ୍ଷରୁ କିଛି କୁହାଯାଇନାହିଁ । ତେବେ ଏହା ଛୋଟକାଟିଆ ବାତ୍ୟା ରୂପ ନେଇପାରେ ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବରୁ ପୂର୍ବାନୁମାନ କରିସାରିଛି ।ଏହି ଅବପାତର ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାର ଜିଲ୍ଲା ଏବଂ ମୟୁରଭଞ୍ଜ, କକନ୍ଦୁଝର, ଅନୁଗୁଳ, କେଙ୍କାନାଳ, କବୌଦ୍ଧ ,କନ୍ଧମାଳ, ରାୟଗଡା, କକାରାପୁଟ ଏବାଂ ମାଲକାନଗିରି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବୋହିବ ଓ ୬୫ କିଲୋମିଟର ବେଗରେ ଝଟକା ଦେବ । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Spread the love