ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ, ଦୁଇ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର : ରାଜଧାନୀରେ ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ । ରାସ୍ତାକଡ଼ରେ ଶୋଇଥିବା ବେଳେ ଦୁଇ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ମରଣାତ୍ମକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଆକ୍ରମଣରେ ଉଭୟ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ରକ୍ତାକ୍ତ ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ଭୁବନେଶ୍ୱରର ପଳାଶୁଣୀ ଛକ ନିକଟ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଘଟଣା ପରେ ସିସିଟିଭି ଫୁଟେଜ୍ ଆଧାରରେ ତଦନ୍ତ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ପୂର୍ବ ଶତ୍ରୁତାକୁ ନେଇ ଏଭଳି ଆକ୍ରମଣ ହୋଇଥିବା ସୂଚନା ମିଳିଛି ।
