ପ୍ରହଲ୍ଲାଦ ଦୋରା, ଉମେଶ ଚନ୍ଦ୍ର ସ୍ୱାଇଁ, ରାମରାୟ ମୁଣ୍ଡାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୧।୧୨: ଆରମ୍ଭ ହୋଇଛି ବିଧାନସଭା ଶୀତକାଳୀନ ଅଧିବେଶନ । ଦିବଂଗତ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଭିଡିଓ କନଫରେନ୍ସିଂରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରା, ଉମେଶ ଚନ୍ଦ୍ର ସ୍ୱାଇଁ, ରାମରାୟ ମୁଣ୍ଡାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ପୂର୍ବତନ ସିପାହୀ ସୀତାରାମ ମୁର୍ମୁଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ କରୋନା ଯୋଦ୍ଧାଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି । ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସମର୍ଥନ କରିଛନ୍ତି ।

Spread the love