ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୩ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ। ଆଉ ୩ ଦିନ ପ୍ରବଳ ବର୍ଷିବ। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୧.୫ କିମିରୁ ୫.୮ କିମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଜି ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୧୮, ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୁଳ ରହିଛି । ତେବେ ୧୮ ଦିନ ଧରି ମୌସୁମୀ ଅଟକି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଏହା ପୁଣି ସକ୍ରିୟ ହେବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।