ମଧ୍ୟପ୍ରାଚ୍ୟରେ ଅଟକି ରହିଥିବା ଓଡ଼ିଆ ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ, ଫେରାଇ ଆଣିବାକୁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଦବେଗ ।  ଘଟଣା ଉପରେ ଟ୍ରାକ୍ ରଖିବାକୁ ଏବଂ ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ମାର୍ଚ୍ଚ ୨ତାରିଖରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ମଧ୍ୟପ୍ରାଚ୍ୟ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ।  ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ପ୍ରୀତିଶ ପଣ୍ଡାଙ୍କୁ ଏହାର ନୋଡାଲ ଅଫିସର ନିଯୁକ୍ତ କରାଯାଇଛି ।  ନିର୍ଦ୍ଦେଶାଳୟ ପକ୍ଷରୁ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗ କରାଯାଇ ସେମାନଙ୍କ ଫେରିବା ସମ୍ପର୍କରେ ସହାୟତା କରାଯାଉଛି ।  ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏଥିପାଇଁ ସ୍ୱତନ୍ତ୍ର କଣ୍ଟ୍ରୋଲରୁମ୍ କରାଯାଇ ଟୋଲ ଫ୍ରି ନମ୍ୱର ଜାରି କରାଯାଇଛି ।  1800118797 ନମ୍ବରରେ କଲ କରିପାରିବେ ।  ସକାଳ ୯ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଫୋନ୍ କରିହେବ ।

Spread the love