ମୋନ୍ଥା କୋପରେ ରାଜ୍ୟରେ ଦୁଇ ଦିନ ଭୀଷଣ ବର୍ଷା, ୬ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ଭୁବନେଶ୍ୱର : ମୋନ୍ଥା କୋପରେ ରାଜ୍ୟରେ ଦୁଇ ଦିନ ଭୀଷଣ ବର୍ଷା । ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆଜି ମାଲକାନଗିରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିଭଳି ଆଜି ପାଇଁ ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି। କାଲି ଅରେଞ୍ଜ ଜୋନରେ ରହିବେ ୬ ଜିଲ୍ଲା। ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ ଓ ଗଞ୍ଜାମ। ଏହି ସବୁ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ଆଶଂକା ରହିଛି।
