ଯୋଡ଼ା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ପଛକୁ ପଛ ଲଘୁଚାପ । ଯୋଡ଼ା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ଏବେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ତା ପଛକୁ ଦାନା ବାନ୍ଧୁଛି ଆଉ ଗୋଟିଏ ଲୋ ପ୍ରେସର । ଆସନ୍ତାକାଲି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଏହାଦ୍ବାରା ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
୨୬ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଅବପାତରେ ପରିଣତ ହେବ । ଏହା ୨୭ ତାରିଖ ଦିନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ୩୦ରେ ଓଡ଼ିଶା ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଓଡ଼ିଶା ଉପକୂଳ ପାଖରେ ସମୁଦ୍ରରେ ଉତ୍ତର ଆଡ଼କୁ ଆଗେଇବ । ଆଜି ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
