ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ୩୦ ଜିଲ୍ଲାର ୧୮୬ ଜିଲ୍ଲା ପରିଷଦ ଆସନରେ ଭୋଟିଂ

ରାଜ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ୩୦ ଜିଲ୍ଲାର ୬୮ ବ୍ଲକରେ ୧୮୬ ଜିଲ୍ଲା ପରିଷଦ ଆସନ ପାଇଁ ପଡ଼ୁଛି ଭୋଟ । ୧ ହଜାର ୫୧୪ ପଞ୍ଚାୟତର ୨୦ ହଜାରରୁ ଅଧିକ ବୁଥରେ ଆରମ୍ଭ ହୋଇଛି ମତଦାନ । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ଭୋଟ କାର୍ଡ ନଥିଲେ ନିର୍ବାଚନ କମିଶନଙ୍କ ଦ୍ୱାରା ଅନୁମୋଦିତ ଅନ୍ୟ ୧୩ଟି କାର୍ଡ ଦେଖାଇ ଭୋଟର ମତାଧିକାର ସାବ୍ୟସ୍ତ କରିପାରିବେ । ମହିଳାଙ୍କ ପାଇଁ ବୁଥରେ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ୩୦୬୫ ସମ୍ବେଦନଶୀଳ ବୁଥରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି

Spread the love