ଲକ୍ଷଣ ନଥିଲେ ଟେଷ୍ଟ କରନ୍ତୁ ନାହିଁ- ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର ୧୫।୦୧ : ଲକ୍ଷଣ ନଥିଲେ କରନ୍ତୁ ନାହିଁ କୋଭିଡ଼୍ ଟେଷ୍ଟିଂ। ପଜିଟିଭ୍ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଲକ୍ଷଣ ନାହିଁ ତ ଟେଷ୍ଟିଂ ଦରକାର ନାହିଁ । କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ରଙ୍କ କହିଛନ୍ତି। ଏ ନେଇ ଜିଲ୍ଳା ଗୁଡିକୁ ସ୍ୱାସ୍ଥ୍ୟ ବିଭାଗ ଜଣାଇଛି ବୋଲି କହିଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଆଜି ସୁଦ୍ଧା ୬୧ ହଜାର ପଜିଥିଭ୍ ଥିବା ବେଳେ ମାତ୍ର ୧୧୦୦ ଡାକ୍ତରଖାନାରେ ଅଛନ୍ତି । ଦୁଇ ପ୍ରତିଶତରୁ କମ୍ ହସପିଟାଲରେ ଅଛନ୍ତି । ଆଇସିୟୁରେ ପ୍ରାୟ ୩୦୦ ଲୋକ ଅଛନ୍ତି । ଗାଇଡ ଲାଇନ ଅନୁସାରେ ବୃଦ୍ଧ ବ୍ୟକ୍ତି ବି ଲକ୍ଷଣ କମ୍ ଥିଲେ ଆଇସୋଲେସନରେ ରହିବା ଭଲ। ଏହା ସହ ଅନାବଶ୍ୟକ ମେଡ଼ିସିନ୍ ବ୍ୟବହାର କରିବାକୁ ମଧ୍ୟ ସତର୍କ କରିଛନ୍ତି । ଭାଇରାଲ ଫ୍ଳୁ ପାଇଁ ଆଣ୍ଟିବାଓଟିକ୍ ଆବଶ୍ୟକ ନାହିଁ,  ଏଣୁ ଅଯଥା ମେଡିସିନ୍ ବ୍ୟବହାର ଦରକାର ନାହିଁ ବୋଲି ସ୍ୱାସ୍ଥ୍ୟ ବିଭାଗ ବାରମ୍ବାର କହିଥିବା କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।

Spread the love