ହୁ ହୁ ହୋଇ ବଢୁଛି କରୋନା, ଦେଶରେ 24 ଘଣ୍ଟାରେ 22 ହଜାରରୁ ଅଧିକ କରୋନା ପଜିଟିଭ୍

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ତଳେ ଥିଲେ ବି ଧିରେଧିରେ ବଢୁଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦୬ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୭୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି ।ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୪୭୮୧ ସକ୍ରିୟ ମାମଲା ରହିଛି ଏବଂ ୩୪୨୭୫୩୧୨ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୧୪୮୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Spread the love