୧୦ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଦକ୍ଷିଣ ବାଂଲାଦେଶ ଓ ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୯ ତାରିଖ ଯାଏ ଏହା ସକ୍ରିୟ ରହିବ । ରାଜ୍ୟରେ ଜାରି ରହିବ ବଜ୍ରପାତ ଜନିତ ବର୍ଷା । ବିଶେଷକରି ଉପକୂଳ ଓ ଉତ୍ତର-ଆଭନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ ।  ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ପ୍ରଭାବ ।  ଏଥିସହ ୧୦ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ। ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ପାଇଁ ଆଜି ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୩ ଜିଲ୍ଲା ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

ସେହିପରି ଗତକାଲି ରାଜଧାନୀରେ ପ୍ରବଳ ବର୍ଷା ହୋଇଥିଲା । ଭୁବନେଶର ଆକାଶରେ ହଠାତ ଘୋଟି ଆସିଲା କଳାହାଣ୍ଡିଆ ମେଘ ।  ଏହା ପରେ ଆରମ୍ଭ ହୋଇଥିଲା ବିଜୁଳି ଏବଂ ଘଡ଼ଘଡ଼ି ସହ ବର୍ଷା । ରାସ୍ତାରେ ଲହଡ଼ି ମାରୁଥିଲା ପାଣି । ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଥିଲା । ସକଳେ ଆଜି ଖରା ପାଗ ହୋଇଥିଲା । କିନ୍ତୁ ଦିନ ପ୍ରାୟ ସାଢେ ୧୨ ଟା ପରେ ହଠାତ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ ।

Spread the love