୮୨୬ ପିଜିଟି ଶିକ୍ଷକ ପଦବୀ ପୂରଣ କରିବେ ରାଜ୍ୟ ସରକାର, ଆସନ୍ତା ୬ ତାରିଖ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ।  ନୂଆ ସରକାର ଆସୁ ଆସୁ ପ୍ରାୟ ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା ।  ଏହାପରେ ଆହୁରି ୨ ହଜାର ନିଯୁକ୍ତି ପତ୍ର ଦିଆଯାଇଛି ।  ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ।

ନିଯୁକ୍ତି ଏକ ନିରନ୍ତର ପ୍ରକ୍ରିୟା ।  ସରକାର ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ଚେଷ୍ଟା କରୁଛନ୍ତି ।  ଖୁବଶୀଘ୍ର ଏହା ପୂରଣ ହେବ ।  ଏହାସହ ଯାହା ଅସୁବିଧା ଅଛି ତାକୁ ତର୍ଜମା କରାଯାଇ ଉଚିତ୍ ପଦକ୍ଷେପ ଗ୍ରହଣ କରାଯିବ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ।

Spread the love