ପିପିଲି ନିକଟରୁ ୧କିଲୋ ୮୦ ଗ୍ରାମ୍ ବ୍ରାଉନସୁଗାର ଜବତ: ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଉତ୍ତର-ପିପଲି ନିକଟରୁ ୧କିଲୋ ୮୦ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି। ଏହି ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ଏସଟିଏଫ୍। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଗତକାଲି ସନ୍ଧ୍ୟା ବେଳେ ଏସଟିଏଫର ଏକ ଟିମ୍ ଉତ୍ତର-ପିପଲି ନିକଟରେ ଚଢଉ କରିଥିଲା। ଘଟଣାସ୍ଥଳରୁ ୧କିଲୋ ୮୦ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଥିଲା ଏବଂ ଦୁଇଜଣ ଡ୍ରଗ୍ ବେପାରୀଙ୍କୁ ଧରିଥିଲା ଏସଟିଏଫ। ଦୁଇ ଅଭିଯୁକ୍ତ ହେଲେ ପିପିଲିର ଲିପୁନ୍ ପାଣ୍ଡେ ଏବଂ ଖୋର୍ଦ୍ଧା ଜିଲ୍ଲା ସାରଦାପୁର ମସଜିଦ ଗଳିର ଏସ କେ ଅବ୍ବାଶ।ଏହାଛଡ଼ା ଉଭୟଙ୍କ ପାଖରୁ ଅନ୍ୟାନ୍ୟ ଅପରାଧୀ ସାମଗ୍ରୀ ଉଦ୍ଧାର କରାଯାଇ ଜବତ କରାଯାଇଛି। ଉଭୟଙ୍କୁ ଆଜି କୋର୍ଟଚାଲାଣ କରାଯିବ।୨୦୨୦ରୁ ଏଯାଏ ଏସଟିଏଫ୍ ୭୨କିଲୋରୁ ଅଧିକ ବ୍ରାଉନସୁଗାର ଜବତ କରିଛି।

Spread the love