୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୧୧ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୪।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୬୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୮୧ଜଣ, ଦେବଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୩ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୯ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୫ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮୦ଜଣ, ଷ୍ଟେଟ ପୁଲ୍‌ରୁ ୪୨ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୬୫୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୯୮୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୫୦୧୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love