ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି କରି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ପ୍ରଭାବରେ ଦୋକନ, ବାଜର ବନ୍ଦ ରହିବା ସହ ଗାଡି ମୋଟର ଚଲାଚଳ ଠପ୍‌ ହୋଇଯାଇଛି । ସଂଘର୍ଷ ସମିତି କର୍ମୀମାନେ ରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିଛି । ଦାବିକୁ ସମର୍ଥନ କରି ସହରର ବିଭିନ୍ନ ବ୍ୟାବସାୟିକ ଅନୁଷ୍ଠାନ ସମର୍ଥନ ଜଣାଇଛନ୍ତି ।

Spread the love