ଆଉ ୧୪୩ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଉ ୧୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Spread the love