ରାଜ୍ୟ କ୍ୟାବିନେଟ ବୈଠକରେ ‘ମିସନ ଶକ୍ତି ସ୍କୁଟର ଯୋଜନା’ ସମେତ ୧୭ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‍ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ମିସନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ‌ମୋଟ୍‌ ୧୭ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ‘ମିସନ ଶକ୍ତି ସ୍କୁଟର ଯୋଜନା’ ମଧ୍ୟ ସାମିଲ ରହିଛି।

Spread the love