ଆଜି ୧୭୩ ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଂଚିଲା

ଭୁବନେଶ୍ୱର ୬/୦୬:  ଓଡିଶା ରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି  ୧୭୩ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ। ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।

Spread the love