ଆଜି ରାଜ୍ୟରେ ସର୍ବାଧିକ ୧୮୩୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୭/୦୮: ଆଜି ରାଜ୍ୟରେ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୫୫୦କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୧୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଆଜି ଅନୁଗୋଳ ଜିଲ୍ଲାରୁ ୯ଜଣ, ବାଲେଶ୍ବର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୩୪ଜଣ, କଟକ ଜିଲ୍ଲାରୁ ୧୨୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୩ଜଣ, ଗଜପତି ଜିଲ୍ଲାରୁ ୩୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୭୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୮୪ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୮ଜଣ, କୋରାପୁଟ ଜିଲ୍ଲାରୁ ୪୭ଜଣ, ମାଲକାନଗିରି ଜିଲ୍ଲାରୁ ୩୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୬୧ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୩୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦ଜଣ ରହିଛନ୍ତି ।

Spread the love