୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୯୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୦।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୨୨୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍‌ରୁ ୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୨୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୧୫୯୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୪୫୯୫୪୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love