+2 ରେଜଲ୍ଟ: ବିଜ୍ଞାନରେ ୯୫.୧୫ ପ୍ରତିଶତ, ବାଣିଜ୍ୟରେ ୯୪.୯୩ ପ୍ରତିଶତ ମାର୍କ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ  । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସାମ୍ବାଦିକ ସମ୍ମିଳନୀ ଜରିଆରେ ଫଳ ଘୋଷଣା କରିଛନ୍ତି  । ବିଜ୍ଞାନରେ ଚଳିତବର୍ଷ ୯୫.୧୫ ପ୍ରତିଶତ ରେଜଲ୍ଟ ହୋଇଛି  । ସେହିପରି ବାଣିଜ୍ୟରେ ମଧ୍ୟ ୯୪.୯୩ ପ୍ରତିଶତ ମାର୍କ ହୋଇଥିବା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ  ।

ଚଳିତବର୍ଷ ବିଜ୍ଞାନରେ ମୋଟ ୮୯ ହଜାର ୯୯୧ ଜଣ ଛାତ୍ରଛାତ୍ରୀ ପାସ  ହୋଇଛନ୍ତି । ଏଥି ମଧ୍ୟରୁ ୫୦୧୯୮ ଜଣ ଛାତ୍ର ରହିଥିବାବେଳେ ୩୯୭୫୩ ଜଣ ଛାତ୍ରୀ ରହିଛନ୍ତି  । ସେହିପରି ସମୁଦାୟ ୫୫୪୬୮ ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି  । ଅନ୍ୟପଟେ ବାଣିଜ୍ୟରେ ସମୁଦାୟ ୨୩ ହଜାର ୨୯୨ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଥିବା ନେଇ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ  ।

Spread the love