୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୮୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୧।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୦୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୩ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୫ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୭ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୩୩୬୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୨୦୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love