୧୦୪ କିଲୋ ସବୁଜ ଜହର ଜବତ, ୨ ଗିରଫ

ବାଲିଗୁଡ଼ା ୨୧।୦୭: କନ୍ଧମାଳ ଜିଲ୍ଲା ବାଲିଗୁଡାରୁ ବୋଲେରୋ ସହ ବିପୁଳ ପରିମାଣରେ ଗଞ୍ଜେଇ ଜବତ ହୋଇଛି l ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହାସହିତ ୨ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।

ଖବର ଅନୁଯାୟୀ, ବାଲିଗୁଡା ଥାନା ଅଞ୍ଚଳରେ ପୋଲିସ ଟିମ ପେଟ୍ରୋଲିଂ ବେଳେ ଏକ ବୋଲେରୋରେ ବାହାର ଜ଼ିଲ୍ଲାକୁ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇଥିଲେ । ସବଇନିସପେକ୍ଟର ଆଶୁତୋଷ ପାଇକରାୟ ଚଢାଉ କରି ବୋଲର ସହ ୧୦୪ କିଲୋ ଗଞ୍ଜେଇ ଜବତ କରିଥିଲେ । ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ। ଏନେଇ ବାଲିଗୁଡା ଥାନାରେ ଏନଡ଼ିପିଏସ ଆକ୍ଟରେ ମାମଲା ରୁଜୁ ହୋଇଛି । ୨ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।

Spread the love