ସାପ କାମୁଡ଼ାରେ ଜଣେ ଛାତ୍ରଙ୍କ ସହ ଦୁଇ ଛାତ୍ରୀଙ୍କର ମୃତ୍ୟୁ

ଚମ୍ପୁଆ: କେନ୍ଦୁଝରରୁ ଏକ ବଡ ଖବର ସାମ୍ନାକୁ ଆସିଛି | ସାପ କାମୁଡ଼ାରେ ଜଣେ ଛାତ୍ରଙ୍କ ସହ ଦୁଇ ଛାତ୍ରୀଙ୍କ ମୃତ୍ୟୁ ହୋଇଯାଇଛି l ଜଣେ ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି | ମିଳିଥିବା ସୂଚନା ମୁତାବକ ଚମ୍ପୁଆ ବ୍ଲକ ଜାଲି ପଂଚାୟତର ନିଶ୍ଚିତପୁର ଗ୍ରାମରେ ଥିବା ଏକ କୋଚିଂ ସେଣ୍ଟରରେ ରାତିରେ ୨ ଜଣ ଛାତ୍ର ଓ ୨ ଜଣ ଛାତ୍ରୀ ଶୋଇଥିଲେ | ତେବେ ଗତକାଲି ରାତିରେ ସମସ୍ତେ ଶୋଇଥିବାବେଳେ ଏକ ବିଷାକ୍ତ ସାପ କାମୁଡ଼ିଦେଇଥିଲା | ଆଜି ସକାଳେ ଏନେଇ ଜଣାପଡିଥିଲା | ୪ ଜଣଙ୍କ ମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ହୋଇଯାଇଥିବାବେଳେ ଜଣେ ଛାତ୍ର ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି | ମୃତ ଛାତ୍ରଙ୍କ ନାମ ରାଜା ନାଏକ (୧୨), ଛାତ୍ରୀଙ୍କ ନାମ ଏଲିନା ନାଏକ (୭), ସ୍ନେହାଶ୍ରୀ ନାଏକ (୧୦) ବୋଲି ଜଣାପଡିଛି | ସେହିପରି ଆକାଶ ନାଏକ (୧୨) ନାମକ ଛାତ୍ର ଗୁରୁତର ହୋଇପଡିଥିବାବେଳେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି | ମିଳିଥିବା ସୂଚନା ମୁତାବକ ଖଗେଶ୍ୱର ମହାନ୍ତ ନାମକ ବ୍ୟକ୍ତି ଏକ କୋଚିଂ ସେଣ୍ଟର କରିଥିଲେ | ଏହି କୋଚିଂ ସେଣ୍ଟରର ନାମ ଥିବାରୁ ଆଖପାଖ ଅଂଚଳର ପିଲାମାନେ ଏଠାରେ ରହି ପାଠ ପଢୁଥିଲେ |

Spread the love