ରାଜ୍ୟରେ ପୁଣି ଚିହ୍ନଟ ହେଲେ ୪୨୦୮ କରୋନା ପଜିଟିଭ

ରାଜ୍ୟରେ ଆଜି ୪୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୧୦୯୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

 

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୧୦୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୨୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୬୧୦୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୦୯୧୮୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love