ଆଜି ପୁଣି ୪୮ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି

ଭୁବନେଶ୍ୱର, ୧୮/୦୫: ରାଜ୍ୟରେ ଆଜି ପୁଣି ୪୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି।

୪୮ ଜଣଙ୍କ ମଧ୍ୟରୁ  ୪୭ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ଅନ୍ୟଜଣେ ଜେଲରେ ଥିବାର ସୂଚନା ମିଳିଛି। ଉକ୍ତ ଆକ୍ରାନ୍ତ ପୁରୀର ବୋଲି ଜଣାଯାଇଛି।

ସୂଚନାଯୋଗ୍ୟ, ଆଜି ଯାଜପୁର ଜିଲ୍ଲାରୁ ସର୍ବାଧିକ ୧୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା  ଖୋର୍ଦ୍ଧାରୁ  ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି, ଗଞ୍ଜାମ ଜିଲ୍ଲାରୁ ୧୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  ବଲାଙ୍ଗୀର ଜିଲ୍ଲାରେ ଓ କନ୍ଧମାଳ ଜିଲ୍ଲାରେ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୫୨ ଥିବା ବେଳେ ୨୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪ଜଣଙ୍କର ମୃତ୍ୟୁ ଘଟିଛି।

Spread the love