ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଫେରିଲେ

ରାଜ୍ୟରେ ଆଉ ୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହାକି ରାଜ୍ୟପାଇଁ ଏକ ଆସ୍ବସ୍ତିକର ଖବର। ଆଜି ରାଜ୍ୟରେ ଆଉ ୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗତ ଦୁଇଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଥିବାରୁ ଏହା ପ୍ରଶାସନ ଓ ରାଜ୍ୟବାସୀଙ୍କ ଚିନ୍ତା ବଢ଼ାଇ ଦେଇଥିଲା । ମାତ୍ର ଆଜିର କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ଖବର ସମସ୍ତଙ୍କୁ ଆସ୍ବସ୍ତି ପ୍ରଦାନ କରିଛି ।

ଭୁବନେଶ୍ୱର, କଳାହାଣ୍ଡି, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା କରୋନା ମୁକ୍ତ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲା ମଧ୍ୟ କରୋନା ମୁକ୍ତ ହୋଇଛି ।

Spread the love