ସନ୍ଧ୍ୟା ୫ଟା ରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦି, ଅନଲକକୁ ନେଇ ଜନସାଧାରଣଙ୍କୁ କରିପାରନ୍ତି ଅପିଲ

ନୂଆଦିଲ୍ଲୀ ୦୭/ ୦୬ : ଦେଶରେ କରୋନା ସଂକ୍ରମଣର ଦ୍ବିତୀୟ ଲହର ଲଗାତାର ଭାବେ ହ୍ରାସ ପାଇବାରେ ଲାଗିଛି । କିଛି ରାଜ୍ୟରେ ଅନଲକ୍‌ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ଏହାରି ମଧ୍ୟରେ ଆଜି ସନ୍ଧ୍ୟା ୫ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି ।
ଆଶା କରାଯାଉଛି କି, ଅନଲକ୍‌ ପ୍ରକ୍ରିୟା ଆରମ୍ଭ ହେଉଥିବାରୁ ଦେଶବାସୀଙ୍କୁ ସତର୍କ ତଥା ସାବଧାନତା ଅବଲମ୍ବନ କରିବାକୁ ଅପିଲ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହା ସହିତ ଦେଶରେ ଜାରି ରହିଥିବା ଟିକାକରଣକୁ ନେଇ ପ୍ରଧାନମନ୍ତ୍ରୀ କିଛି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିପାରନ୍ତି ।

Spread the love