ବାଲେଶ୍ୱରରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୯କୁ ବୃଦ୍ଧି

ରାଜ୍ୟରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ ।  ଏହି ୫ଜଣ  ବାଲେଶ୍ୱର ର ବୋଲି   ଜଣାପଡିଛି।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି । ଅନ୍ୟ ପକ୍ଷରେ ବାଲେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ହୋଇଛି।

ସୂଚନାଯୋଗ୍ୟ,  ଗତକାଲି ସକାଳୁ ପ୍ରଥମେ ୭ ଜଣ ଓ ଅପରାହ୍ନରେ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଆଜି ପୁଣି ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି ।ଗତକାଲି ସକାଳୁ ଭଦ୍ରକ ଜିଲ୍ଲାରୁ ୫ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଅପରାହ୍ନରେ ଯାଜପୁର ଜିଲ୍ଲାରୁ ୫ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ କରୋନା ରୋଗୀ ଚିହ୍ନଟ ହୋଇଥିଲେ ।

ତେବେ  ଏବେ ରାଜ୍ୟରେ ମୋଟ ସକ୍ରିୟ ମାମଲା ୫୩ ଥିବା ବେଳେ ୨୫ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ରାଜ୍ୟରେ ଜଣେ ବ୍ୟକ୍ତି କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି । ତେବେ ଚିନ୍ତାଜନକ ବିଷୟ ହେଉଛି , ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି ।  ବାଲେଶ୍ବରରେ ଚିହ୍ନଟ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣେ ୨ବର୍ଷର ଶିଶୁ ରହିଥିଲା ।

Spread the love