ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ସହାୟତା ଘୋଷଣା କଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ବାତ୍ୟା କ୍ଷୟକ୍ଷତି ପାଇଁ ୫୦୦ କୋଟି ଟଙ୍କାର  ଅଗ୍ରୀମ ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସମୀକ୍ଷା ପରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ସହାୟତା ରାଶି ଘୋଷଣା କରିଛନ୍ତି। ଏହି  ସମୀକ୍ଷା ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ ।

ସେ କହିଛନ୍ତି, ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ମିଳିବ । ଏଥି ସହିତ କେନ୍ଦ୍ରୀୟ ଟିମ୍ ମଧ୍ୟ ଓଡ଼ିଶାକୁ ଆସି ବାତ୍ୟା ଅଞ୍ଚଳ ପରିଦର୍ଶନ କରିବା ସହ କ୍ଷୟକ୍ଷତି ନେଇ ଆକଳନ କରିବେ । କ୍ଷୟକ୍ଷତି ନେଇ ସଂପୂର୍ଣ୍ଣ ରିପୋର୍ଟ ମିଳିବା ପରେ ପୂର୍ଣ୍ଣାଙ୍ଗ ଯୋଜନା କରାଯିବ।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାବାସୀ ବହୁତ ଭଲ ଭାବରେ ବାତ୍ୟା ମୁକାବିଲା କରିଛନ୍ତି । ଓଡ଼ିଶା ସରକାରଙ୍କ ଟିମ ବହୁତ ଭଲ ଭାବରେ ବାତ୍ୟା ମୁକାବିଲା କରିଛନ୍ତି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ବାତ୍ୟା ‘ଅମ୍ଫାନ’ ଜନିତ କ୍ଷୟକ୍ଷତି ନେଇ ଆକାଶ ମାର୍ଗରୁ ଆକଳନ ପରେ ଏହି ସମୀକ୍ଷା କରିଛନ୍ତି । ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରସ୍ଥିତ ସମ୍ମିଳନୀ କକ୍ଷରେ ମୋଦୀ ଏହି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।

Spread the love