ଖୁବ୍‌ଶୀଘ୍ର ୫ ଜିଲ୍ଲାରେ ପ୍ରତିଷ୍ଠା ହେବ କର୍ମଜୀବୀ ମହିଳା ହଷ୍ଟେଲ, ୧୦୦ ଶଯ୍ୟାର ହଷ୍ଟେଲ ପାଇଁ ପ୍ରକ୍ରିୟା ଆରମ୍ଭ : ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ

ଭୁବନେଶ୍ବର ୪।୯: ମୌସୁମୀ ଅଧିବେଶନ ଚତୁର୍ଥ ଦିନରେ ଗୃହକାର୍ଯ୍ୟ ସ୍ବାଭାବିକ ଚାଲିଛି । ବିଧାନସଭାର ପ୍ରଶ୍ନକାଳରେ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଉତ୍ତର ଦେଇ କହିଛନ୍ତି, କର୍ମଜୀବୀ ମହିଳାମାନଙ୍କ ପାଇଁ ହଷ୍ଟେଲ ପ୍ରତିଷ୍ଠା କରାଯିବା ପାଇଁ ପଦକ୍ଷେପ ନିଆଯାଉଛି । ଜିଲ୍ଲାପାଳମାନଙ୍କୁ କର୍ମଜୀବୀ ମହିଳା ହଷ୍ଟେଲ ପ୍ରତିଷ୍ଠା ନେଇ ରିପୋର୍ଟ ମଗାଯାଇଛି । ଆବଶ୍ୟକତା ଅନୁଯାୟୀ ଜିଲ୍ଲାପାଳମାନେ ରିପୋର୍ଟ ଦେବା ପରେ ହଷ୍ଟେଲ ନିର୍ମାଣ ପାଇଁ ବିଭାଗ ପଦକ୍ଷେପ ନେବ ।

ଖୁବ୍‌ ଶୀଘ୍ର ୫ ଜିଲ୍ଲାରେ ପ୍ରତିଷ୍ଠା ହେବ କର୍ମଜୀବୀ ମହିଳା ହଷ୍ଟେଲ । ସୁନ୍ଦରଗଡ଼, ଯାଜପୁର, ଖୋର୍ଦ୍ଧା, ବ୍ରହ୍ମପୁର ଓ ରାୟଗଡ଼ାରେ ୧୦୦ ଶଯ୍ୟାର ହଷ୍ଟେଲ ପାଇଁ ଜମି ଚିହ୍ନଟ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି ।

୩୫ ହଜାର ତଳେ ଦରମା ପାଉଥିବା କର୍ମଜୀବୀ ମହିଳାମାନେ ଏହି ହଷ୍ଟେଲରେ ରହିବେ । ହଷ୍ଟେଲର ପରିଚାଳନା ପାଇଁ ଜିଲ୍ଲାପାଳ କମିଟି ଗଠନ କରିବେ । ଏହି କମିଟି ହଷ୍ଟେଲର ପରିଚାଳନା କରିବେ ବୋଲି ବିଧାନସଭାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି ।

Spread the love