ପୁଣି ୬୭ କରୋନା ପଜିଟିଭ ଚିହ୍ନଟ, ଯୋଡି ହେଲା ଆଜି ଆଉ ଏକ ଜିଲ୍ଲା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟର ଆଉ ୬୭ ପଜିଟିଭ ଚିହ୍ନଟ ହୋିଛନ୍ତି। ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି। ନୂଆପଡା ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ସହ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୮କୁ ବୃଦ୍ଧି ପାଇଛି।  ଚିହ୍ନଟ ହୋଇଥିବା ୬୭ଜଣଙ୍କ ମଧ୍ୟରୁ ୬୦ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୪ଜଣ ହୋମ୍ କ୍ବାରେଣ୍ଟାଇନରେ ଏବଂ ୩ଜଣ ସ୍ଥାନୀୟ ଲୋକ ଅଛନ୍ତି।

ସୂଚନାଯୋଗ୍ୟ, ପୁରୀ ଜିଲ୍ଲାରୁ ସର୍ବାଧିକ ୧୬, ନୟାଗଡ଼ ଜିଲ୍ଲାରୁ ୧୨, ବଲାଙ୍ଗୀର ଓ ଗଞ୍ଜାମ ଜିଲ୍ଲାରୁ ୭ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ୬, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୩, ମାଲକାନଗିରି ଓ କଟକ ଜିଲ୍ଲାରୁ ୨ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Spread the love